ଲୋକେ ଆତଙ୍କିତ: ଦୈନିକ ସଂକ୍ରମଣ ୪ ହଜାର ମୁହାଁ, ସକ୍ରିୟ ମାମଲା ଟପିଲା ୧୮ ହଜାର

ନୂଆଦିଲ୍ଲୀ, ୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ସକ୍ରିୟ ମାମଲା ୧୯ ହଜାର ମୁହଁା ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୮୨୩ ଛୁଇଁଛି। ଗୋଟଏ ଦିନ ତଳେ ଏହା ୨,୯୯୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ଟପିଛି। ଏହା ୧୮ ହଜାର ୩୮୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୩୫୪ ଥିଲା। ସେହିପରି ୨୪ ଘଣ୍ଟାରେ ୧,୭୮୪ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୮୪୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୨୨ ହଜାର ୬୦୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୭୩ ହଜାର ୩୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି। ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇନସାକୋଗ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସତର୍କତା ଦୃଷ୍ଟିରୁ ଜେନୋମ ସିକ୍ୱେନ୍ସି ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ କହିଛନ୍ତି। ସର୍ବାଧିକ ସଂଖ୍ୟକ କରୋନା ମାମଲା ମହାରାଷ୍ଟ୍ର ଏବଂ ଗୁଜରାଟରେ ଦେଖିବାକୁ ମିଳିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୯ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୨ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୧.୩୦ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୧.୪୭ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *