ପୋଲିସ ମାଜିଷ୍ଟ୍ରେଟ ସମନ୍ବୟ ବୈଠକ ଅନୁଷ୍ଠିତ।

ପୁରୀ ୨୦/୬ ଆଜି ଅପରାହ୍ନରେ ଆଗାମୀ ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳା ର ସହ ସମ୍ପନ୍ନ କରିବାକୁ ପୋଲିସ ମାଜିଷ୍ଟ୍ରେଟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଚଳିତ ରଥଯାତ୍ରା ରେ ପୂର୍ବାପେକ୍ଷା ଅଧିକ ଶ୍ରଦ୍ଧାଳୁଙ୍କ ଆକଳନ କରାଯାଉଥିବାରୁ ଏହାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ପରିଚାଳନା କରିବା ଉଭୟ ପୋଲିସ ଓ ପ୍ରଶାସନ ପାଇଁ ଗୁରୁ ଦାୟିତ୍ୱ ବୋଲି କହିଥିଲେ। ଏହାକୁ ପରସ୍ପର ମଧ୍ୟରେ ସୁସମନ୍ୱୟ ରଖି କାର୍ଯ୍ୟ କରିବା ସହ ଲୋକ ମାନଙ୍କୁ ସୁବିଧା ଓ ଭଲ ବ୍ୟବହାର ପ୍ରଦର୍ଶନ ପାଇଁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ.ଶରତ ଚନ୍ଦ୍ର ମହାପାତ୍ର ଦାୟିତ୍ବରେ ଥିବା ଅଧିକାରୀ ଓ କର୍ମଚାରୀ ମାନେ ନିଷ୍ଠାର ସହ ନିର୍ଦ୍ଧାରିତ ସ୍ଥାନ ମାନଙ୍କ ରେ କାର୍ଯ୍ୟ କରିବାକୁ ମତ ଦେଇଥିଲେ। ଶ୍ରଦ୍ଧାଳୁ ମାନଙ୍କୁ ସହଯୋଗ ଓ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତେ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଅତିରିକ୍ତ ଏସପି ସୁନୀଲ କୁମାର ମିଶ୍ର ,ସଚିନ ପଟେଲ, ସୌମ୍ୟ ରଞ୍ଜନ ମଲ୍ଲିକ ଓ ଡିଆଇବି ଅତିରିକ୍ତ ଏସ ପି ଦେବୀ ଶଙ୍କର ପ୍ରତାପ ପ୍ରମୁଖ ଯୋଗ ଦେଇ ରଥଯାତ୍ରା କୁ ଆସୁଥିବା ଅତିଥି ମାନଙ୍କ ସୁରକ୍ଷା ଓ ଯାତ୍ରୀ ମାନଙ୍କ ସୁରକ୍ଷା ସହ ଶୃଙ୍ଖଳିତ ଭାବେ ଯାତ୍ରୀ ମାନଙ୍କ ଦର୍ଶନ,ବିଭିନ୍ନ ସେବାରେ ନିୟୋଜିତ ଅନୁଷ୍ଠାନ ବା ବ୍ୟକ୍ତି ବିଶେଷଙ୍କୁ ନିର୍ଦ୍ଧାରିତ ସ୍ଥାନରେ ସେବା ଯୋଗାଇବାରେ ସହଯୋଗ କରିବା, ଅଯଥା ଗହଳି କରାଇ ନ ଦେବା, ଟ୍ରାଫିକ ନିୟନ୍ତ୍ରଣ,ପରିମଳ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ଆଶୁ ଚିକିତ୍ସା ବ୍ୟବସ୍ଥା ,ଆମ୍ବୁଲାନ୍ସ ବ୍ୟବସ୍ଥା,ସୂଚନା ସେବା,ପାର୍କିଂ ବ୍ୟବସ୍ଥା ଇତ୍ୟାଦିର ସୁପରିଚାଳନା ପାଇଁ ବିଭିନ୍ନ ପରାମର୍ଶ ମାନ ଦେଇଥିଲେ।ପ୍ରାରମ୍ଭରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସମସ୍ତଙ୍କୁ ସ୍ବାଗତ ଓ ମଞ୍ଚ ପରିଚାଳନା କରିଥିଲେ। ଏଥିରେ ଜିଲ୍ଲାର ସମସ୍ତ ମାଜିଷ୍ଟ୍ରେଟ ଓ ପୋଲିସ ଅଧିକାରୀ ମାନେ ଯୋଗ ଦେଇଥିଲେ। ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ,ପ୍ରଶାନ୍ତ କୁମାର ଜେନା ପ୍ରମୁଖ ବୈଠକ ପରିଚାଳନା ରେ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *