ପ୍ରକାଶ ପାଇଲା ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ – ୨୦୨୩

ପ୍ରକାଶ ପାଇଲା ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ – ୨୦୨୩ -: ତାରାପ୍ରସାଦ ମାର୍ଥା ମହାବିଦ୍ୟାଳୟର ଶ୍ରେଷ୍ଠ ସ୍ନାତକ ଖୋର୍ଦ୍ଧା,୩୦।୬(ସ. ବ୍ୟୁ): ପ୍ରାଣନାଥ ସ୍ଵୟଂଶାସିତ ମହାବିଦ୍ୟାଳୟର ପଞ୍ଚଦଶତମ ଶେଷ ବର୍ଷ ସ୍ନାତକ ପାଠ୍ୟକ୍ରମର ବାର୍ଷିକ ପରୀକ୍ଷା ଫଳ ୨୦୨୦ – ୨୦ ୨୩ ଶିକ୍ଷା ବର୍ଷ ନିମନ୍ତେ ଶୁକ୍ରବାର ମୈତ୍ରୀଭବନ ପରିସରରେ ପ୍ରକାଶିତ ହୋଇଛି । ଏହି ପରୀକ୍ଷାରେ ଛାତ୍ରଛାତ୍ରୀ ମାନଙ୍କର ମୋଟ ପାସ ହାର ଶତକଡ଼ା ୮୭.୮ ପ୍ରତିଶତ ରହିଥିବାବେଳେ , ଚଳିତ ବର୍ଷ ଛାତ୍ରମାନଙ୍କ ଠାରୁ କଳା , ବିଜ୍ଞାନ ଓ ବାଣିଜ୍ୟରେ ଛାତ୍ରୀମାନେ ଆଗରେ ଅଛନ୍ତି । ଚଳିତ ବର୍ଷ ଛାତ୍ରୀମାନଙ୍କର ପାସ ହାର ୯୩.୯ ପ୍ରତିଶତ ରହିଥିବାବେଳେ ଛାତ୍ରମାନଙ୍କ ୮୧.୫ ପ୍ରତିଶତ ରହିଛି । କଳା ବିଭାଗରେ ପାସ ହାର ୯୧.୫ ପ୍ରତିଶତ ରହିଥିବାବେଳେ , ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପାସ ହାର ଯଥାକ୍ରମେ ୯୪.୬ ଓ ୭୮.୯ ପ୍ରତିଶତ ଅଟେ । ବାଣିଜ୍ୟ ବିଭାଗରୁ ଛାତ୍ରୀ ନିଶା କୁମାରୀ ପାଣ୍ଡେ , କଳା ଶିକ୍ଷା ସମ୍ମାନ ବିଭାଗରୁ ଛାତ୍ରୀ ଶୁଭଲକ୍ଷ୍ମୀ ପଣ୍ଡା ଓ ବିଜ୍ଞାନ ବିଭାଗରୁ ଉଭିଦ ବିଜ୍ଞାନ ସମ୍ମାନର ଛାତ୍ର ତାରାପ୍ରସାଦ ମାର୍ଥା ଶ୍ରେଷ୍ଠ ସ୍ନାତକ ହୋଇଛନ୍ତି । ଏହି ଛାତ୍ରଛାତ୍ରୀମାନେ ଆସନ୍ତା ସାମ୍ବସଚରିକ ଉତ୍ସବ – ୨୦୨୪ ରେ ସ୍ଵର୍ଣ୍ଣପଦକ ପ୍ରାପ୍ତହେବେ । ଏତଦ୍ ଭିନ୍ନ ବିଜ୍ଞାନ ବିଭାଗରୁ ଉଭିଦ ବିଜ୍ଞାନ ସମ୍ମାନର ଛାତ୍ର ତାରାପ୍ରସାଦ ମାର୍ଥା ସର୍ବାଧିକ ନମ୍ବର ରଖି ମହାବିଦ୍ୟାଳୟର ଶ୍ରେଷ୍ଠ ସ୍ନାତକ ହେବାର ଗୌରବ ଅର୍ଜନ କରିଛନ୍ତି । ଏହି ଅନ୍ତିମ ପରୀକ୍ଷା ଫଳ ଛଅଗୋଟି ସେମିଷ୍ଟାର ପରୀକ୍ଷାର ମୋଟ ଫଳାପଳକୁ ନେଇ ପ୍ରସ୍ତୁତ କରାଯାଇଛି । ଆୟୋଜିତ ସଭାରେ ପରିଚାଳନା କମିଟି ସଭାପତି ତଥା ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର , ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର ପ୍ରାକ୍ତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି, ଅଧ୍ୟକ୍ଷା ଡକ୍ଟର ଅଳନ୍ତା ଶତପଥୀ , ପରୀକ୍ଷା ନିୟଂନ୍ତକ ପ୍ରାଧ୍ୟାପକ ଦେବୀପ୍ରସାଦ ପଟ୍ଟନାୟକ , ପରୀକ୍ଷା ବିଭାଗ ଏବଂ ମହାବିଦ୍ୟାଳୟର ବହୁ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ଏହି ସଭାକୁ ପରିଚାଳନା କରିଥିଲେ ।

Pramod ku mohapatra

Leave a Reply

Your email address will not be published. Required fields are marked *