‘ଉତ୍କଳ ଦିବସ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆଜି ଉତ୍କଳ ଦିବସ । ଏହି ଅବସରରେରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଓଡ଼ିଆରେ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରିଛନ୍ତି ଯେ, ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ୍ ହେବାରେ ସାମର୍ଥ୍ୟ ବହନ କରେ। ଓଡ଼ିଶାର ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି ରାଷ୍ଟ୍ରପତି।
ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।
ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୭ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି ।ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ କରୁଛନ୍ତି ଓଡ଼ିଶା ଦିବସ । ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍କ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି ।