ରାଜଧାନୀରେ ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୧।୪: ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର କେତେକ ଜିଲାରେ ଜାରି ରହିଛି ଘଡଘଡି ସହ ବର୍ଷା। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୧୫ଟି ଜିଲାକୁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି। ଏଥିସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଶନିବାର ସକାଳୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଅନେକ ରାଜଧାନୀର ବିଭିନ୍ନ ଅଞ୍ଚଳରେ ପାଣି ଜମି ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

Leave a Reply

Your email address will not be published. Required fields are marked *