ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା


ଜଟଣୀ ବ୍ଲକ ଅନ୍ତର୍ଗତ ଉପର ବସ୍ତ ଗ୍ରାମର ଶ୍ରୀ କେଦାରେଶ୍ୱର ଶିବ ମନ୍ଦିର ପରିସରରେ ପାଣ୍ଡବ ଜେନା ଫାଉଣ୍ଡେସନ ତରଫରୁ ଜଟଣୀ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନାଗରିକମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଆୟୋଜିତ ଉତ୍ସବରେ ପଦନପୁର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀ ଦିବାକର ମଙ୍ଗରାଜ ଅଧ୍ୟକ୍ଷତା କରିଥିବାବେଳେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ବିନତୀ ଜେନା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ପାଣ୍ଡବ ଜେନା ଫାଉଣ୍ଡେସନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫାଉଣ୍ଡେସନ କିପରି ଗରିବ ମେଧାବୀ ଛାତ୍ର ଛାତ୍ରୀ ମାନଙ୍କୁ ପାଠ ପଢିବା ପାଇଁ୧୯୯୭ ମସିହାରୁ ସହଯୋଗ କରି ଆସୁଛନ୍ତି ,ସେ ବିଷୟରେ ନିଜର ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ଉପରବସ୍ତ ଓ ଭିଁପୁର ଗ୍ରାମବାସୀ ଡକ୍ଟର ଜେନାଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହାପରେ ଫାଉଣ୍ଡେସନ ପକ୍ଷରୁ ବରିଷ୍ଠ ନାଗରିକମାନଙ୍କୁ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସମାଜସେବୀ ଶ୍ରୀ ସୀତାକାନ୍ତ ଶତପଥୀ ଓ ଶ୍ରୀମତୀ ମିନତୀ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଶ୍ରୀ ଶତପଥୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *