ଜଗତସିଂହପୁର ଠାରେ ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ପାଳନ

01/05/25*ଜଗତସିଂହପୁର ଠାରେ ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ପାଳନଆଙ୍କର-ଜଗତସିଂହପୁର ସ୍ଥିତ ଆଦିକବି ଶାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ଶ୍ରମ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ସମାରୋହରେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଜିଲ୍ଲାପାଳ ଜେ ସୋନାଲ, ଶ୍ରମ ବିଭାଗ କମିଶନର୍ ବାବା ଆନନ୍ଦ କୁମାର ଦାସ, ଜିଲ୍ଲା ଶ୍ରମ ଅଧିକାରୀ ପ୍ରମୁଖ ଯୋଗ ଦେଇ ଶ୍ରମିକ ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହିତ ରାଜ୍ୟ ସରକାରଙ୍କ ଯୋଜନା କିପରି ଶ୍ରମିକ ମାନଙ୍କ ନିକଟରେ ପହଁଚିବ ସେ ବାବଦରେ ଆଲୋଚନା କରିଥିଲେ । ପରେ ଜିଲ୍ଲାର ବିଭିନ୍ନ ବ୍ଳକର୍ ଶ୍ରମିକ ମାନଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଅର୍ଥ ରାଶି ପ୍ରଦାନ କରାଯାଇଥିଲା ।

Leave a Reply

Your email address will not be published. Required fields are marked *