ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଓଡ଼ିଶାର ବରପୁତ୍ର ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ଦେଓ (ଖଲ୍ଲିକୋଟ)ଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଏଜି ଛକ, ଭୁବନେଶ୍ୱର ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମହାରାଜାଙ୍କ ସ୍ମୃତିଚାରଣ କରିଥିଲେ ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ବିତ୍ତ ପରାମର୍ଶଦାତା ଶ୍ରୀ ପୃଥ୍ଵୀରାଜ ପାଣି, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀ ଲଷ୍ମୀଧର ବେହେରା,ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *