ଆଜି ୧୮ ଜିଲାରେ ଝଡ଼ବର୍ଷା ସହ ୮ ଜିଲାରେ କୁଆପଥର ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ। ଫଳରେ ତାତିରୁ ଆଶ୍ବସ୍ତି ମିଳିଛି। ଏହି ପରିପ୍ରେକ୍ଷୀରେ ଆଜି ୧୮ ଜିଲାରେ ଝଡ଼ବର୍ଷା ହେବାକୁ ଥିବାବେଳେ ୮ ଜିଲାରେ କୁଆପଥର ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ।

ସୂଚନା ଯେ, ଆଜି ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ୧୮ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ଢେଙ୍କାନାଳ, ବୌଦ୍ଧ, କଟକ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଆଦି ୮ ଜିଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ଏହି ୮ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବଜ୍ରପାତର ଆଶଙ୍କା ଥିବାରୁ ସମସ୍ତେ ସତର୍କ ରହିବା ତଥା ବିଜୁଳି, ଘଡ଼ଘଡ଼ି ସମୟରେ ନିଜକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୬ ତାରିଖ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *