ଆଜିର ରାଶିଫଳ

ତାରିଖ :- 30 ମାର୍ଚ୍ଚ 2023
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଅନୁକୂଳ ରହିବ। ପୂଜାର୍ଚନାରେ ଦିନଟି ଅନୁକୁଳ ରହିବ। ସମସ୍ତ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
ବୃଷ: ଆଜି ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ରାଜନୀତିରେ ସଫଳତା ପାଇବେ । ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ: ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଦୁର୍ଘଟଣାର ସମ୍ଭାବନା ରହିଛି । ଅଯଥା ଅର୍ଥ ବ୍ୟୟର ସମ୍ଭାବନା ରହିଛି । କାର୍ଯ୍ୟକ୍ଷେତ୍ରରେ ନୂତନ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ଚେଷ୍ଟା କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ: ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ସାକ୍ଷାତ ହେବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧ୍ୟାନ ଦିଅନ୍ତୁ।
କନ୍ୟା: ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। କର୍ମକ୍ଷେତ୍ରରେ ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିପାରେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କ
ପାଇଁ ଆଜିର ଦିନଟି ଶୁଭମୟ ।
ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବ୍ୟବସାୟୀମାନେ ନୂଆ ଚୁକ୍ତି କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା: ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସଫଳତା ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ଆଜି ପୂର୍ଣ୍ଣତା ପ୍ରାପ୍ତି ହେବ । ଆର୍ଥିକ କାରବାରରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ।
କୁମ୍ଭ: ଆଜିର ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଶୁଭଙ୍କର । ଗୁରୁଜନଙ୍କ କଥା ଶୁଣନ୍ତୁ ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଚୁକ୍ତି କରିପାରନ୍ତି। ଆର୍ଥିକ କାରବାର ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମୀନ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
(ବି.ଦ୍ର – ରାଶିଫଳ ଜ୍ୟୋର୍ତିବିଦଙ୍କର ନିଜସ୍ୱ ଗଣନା ଅଟେ । ଏଥିପାଇଁ ତୀର୍ଥକ୍ଷେତ୍ର କର୍ତ୍ତୁପକ୍ଷ ଦାୟୀ ନୁହନ୍ତି। )